ଓଡ଼ିଶାମୁଖ୍ୟ ଖବର

ବଦଳିଲା ସକାଳୁଆ ସ୍କୁଲ ଟାଇମ୍

ଏବେ ଏହି ସମୟରେ ପାଠ ପଢିବେ ଛାତ୍ର-ଛାତ୍ରୀ

ବଦଳିଲା ସ୍କୁଲ ଟାଇମ୍। ସକାଳୁଆ ସ୍କୁଲ ନେଇ ପୂର୍ବରୁ ଘୋଷଣା ହୋଇଥିବା ସମୟରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ଏବେ ନବମ ଏବଂ ଏକାଦଶ ଶ୍ରେଣୀର ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ପାଠପଢା ହେବ। ସେହିପରି ଦଶମ ଏବଂ ଦ୍ଵାଦଶ ପିଲାଙ୍କ ପାଇଁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ। ପୂର୍ବରୁ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନେଇ ନିଷ୍ପତ୍ତି ହୋଇଥିଲା।

ଫେବୃଆରୀ ମାସ ନ ସରୁଣୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ରାଜ୍ୟର ଅନେକ ସହରରେ ତାପମାତ୍ର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଶୁକ୍ରବାର ଚିଠି ଲେଖିଥିଲେ।

ନବମ ଏବଂ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଯାଏଁ ସ୍କୁଲରେ ପାଠପଢା ପାଇଁ ସମୟ ନିର୍ଦ୍ଧାରିତ ହୋଇଥିଲା। ଯାହା ଏବେ ଅପରିବର୍ତ୍ତିତ ରହିଛି। ସେହି ପରି ଦଶମ ଏବଂ ଦ୍ଵାଦଶ ପାଇଁ ସକାଳ ୯ଟାରୁ ଦିନ ୧ଟା ଯାଏ ସ୍କୁଲ ଖୋଲା ରହିବ ବୋଲି କୁହାଯାଇଥିଲା। ହେଲେ ୧ଟା ଯାଏଁ ସ୍କୁଲ ଖୋଲା ରହିବାକୁ ଅନେକ ମହଲରେ ବିରୋଧର ସ୍ଵର ଉଠିଥିଲା। ଏହାକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ପରି ଦଶମ ଏବଂ ଦ୍ଵାଦଶ ପିଲାଙ୍କ ପାଇଁ ସକାଳୁଆ ଟାଇମ୍‌ରେ ପରିବର୍ତ୍ତନ କରି ୮ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଏମିତି ରହିଛି ଯେ, ଫେବୃଆରୀ ଶେଷ ହେଉଣୁ ଅନେକ ସହରରେ ତାପମାତ୍ର ୩୭ ଡିଗ୍ରୀ ଉପରେ ରହିଛି। ଭୁବନେଶ୍ଵର ତ ତାପମାତ୍ରା ବୃଦ୍ଧିରେ ରେକର୍ଡ କରିଛି। ଗତ କେଇ ଦିନ ହେବ ରାଜଧାନୀରେ ତାପମାତ୍ର ୪୦ ଛୁଇଁଛି। ଏସକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Show More

Related Articles

Back to top button