Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା୨୪ ଘଣ୍ଟାରେ ଘୂର୍ଣ୍ଣିଝଡ଼ ସହ ବର୍ଷା ସମ୍ଭାବନା !

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀର ସମ୍ଭାବନା ଅଛି । ଅର୍ଥାତ୍ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ।

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀର ସମ୍ଭାବନା ଅଛି । ଅର୍ଥାତ୍ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା । ଏନେଇ ଏକ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, ଦେବଗଡ, ନୂଆପଡା, ବରଗଡ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ ହେବାର ସମ୍ଭାବନା ରହିଛି।
ସେହିପରି ମଙ୍ଗଳବାର, ୮ ତାରିଖ ଅପରାହ୍ନ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ସମେତ କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

Tags
Show More

Related Articles

Back to top button
Close