Breaking PLUSଓଡ଼ିଶାମୁଖ୍ୟ ଖବର

ସାମାନ୍ୟ ଥଣ୍ଡା ଜ୍ୱର ମଧ୍ୟ ହୋଇପାରେ କରୋନା ଲକ୍ଷଣ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ସାଧାରଣ ଥଣ୍ଡା କିମ୍ବା ଜ୍ୱର ହୋଇପାରେ କରୋନାର ଲକ୍ଷଣ । ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ, କରୋନା ଏବେ ଲକ୍ଷଣ ବଦଳାଉଛି । ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । ତେଣୁ ଥଣ୍ଡା ଜ୍ଵର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି । ଟେଷ୍ଟ କଲେ ନିଜେ ସୁରକ୍ଷିତ ହେବା ସହ ୩୦ ଜଣ ସୁରକ୍ଷିତ ହୋଇପାରିବେ ।

ସୁନ୍ଦରଗଡ଼ ଓ ବୁର୍ଲାରେ ସଂକ୍ରମଣକୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ । କାରଣ କିଛି ନିର୍ଦ୍ଦିଷ୍ଟ ପକେଟରେ ସଂକ୍ରମଣ ହେଉଛି । ଭିମସାର ଓ ସୁନ୍ଦରଗଡ଼ରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ବାହାର ପିଲା ଭିତରକୁ ପ୍ରବେଶ କରିବେ ନାହିଁ । କି ଭିତର ପିଲା ବାହାରକୁ ଆସିପାରିବେ ନାହିଁ । ଏଥିପାଇଁ ରାଜ୍ୟ ସରକାର, ସ୍ୱାସ୍ଥ୍ୟ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସଜାଗ ରହିଛନ୍ତି । ଚିହ୍ନଟ ବ୍ୟକ୍ତିଙ୍କ ଠାରେ ସିଭିଅରିଟି କମ୍ ରହିଛି । ତେଣୁ ଆତଙ୍କିତ ହେବାର କୌଣସି କାରଣ ନାହିଁ । ଯେହେତୁ ହଷ୍ଟେଲରେ ପିଲାମାନେ ଏକାଠି ହୋଇ ରହୁଛନ୍ତି ତେଣୁ କିଛି ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ଏଥିପାଇଁ ହଷ୍ଟେଲରେ ସ୍ୱତନ୍ତ୍ର ଭାବରେ ସର୍ଭିଲାନ୍ସ କରାଯାଇଛି । ୪ରୁ ୫ ଦିନ ମଧ୍ୟରେ ସଂକ୍ରମଣ ଆୟତ୍ତକୁ ଆସିବ ।

ବର୍ତ୍ତମାନ ବାହାରେ କୋଭିଡ ପ୍ରୋଟୋକଲ ଲୋକମାନେ ମାନୁନାହାନ୍ତି । ଏହା ଆଗାମୀ ଦିନରେ ବଡ଼ ବିପଦ ସୃଷ୍ଟି କରିପାରେ । ତେଣୁ ଜନସାଧାରଣ ସଚେତନ ହେବାର ଆବଶ୍ୟକତା ରହିଛି । ଆବଶ୍ୟକତାଠାରୁ ଅଧିକ ଘରୁ ନ ବାହାରିବାକୁ ବି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି ।

Show More

Related Articles

Back to top button