Breaking PLUSଓଡ଼ିଶାମୁଖ୍ୟ ଖବର

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ: ରାଜ୍ୟରେ ଏବେ ବି ୨୫ରୁ ୩୦ % ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ

ଆମ ରାଜ୍ୟରେ ଓମିକ୍ରନ ସହ ଡେଲ୍‌ଟା ଭରିଆଣ୍ଟ ରହିଛି ।

କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଜଣାପଡିଛି ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍ଟା ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଯେହେତୁ ଡେଲ୍ଟା ଭରିଆଣ୍ଟ ଅଧିକ ଗୁରୁତର କରିଥାଏ, ଆମେ ନିଶ୍ଚିତ ଭାବେ କହିପାରିବା ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ ।

ନିଜକୁ ବିପଦମୁକ୍ତ କରି ରଖନ୍ତୁ । ଏହାର ଉପାୟ ହେଉଛି, ଯେଉଁମାନେ ଟୀକା ନେଇନାହାନ୍ତି, ଟୀକା ନିଅନ୍ତୁ । ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ । ଆମେ ଯେଉଁଭଳି ଭାବରେ କାର୍ଯ୍ୟକଳାପ ଜାରି ରଖିଥିଲେ, ସେହିଭଳି ଜାରି ରଖିବା ବୋଲି କହିଛନ୍ତି ।

Show More

Related Articles

Back to top button