ଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

ଓମିକ୍ରନକୁ ଡରିଲା ଭଳି ନୁହେଁ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଗୁରୁବାର ସଂଧ୍ୟା ଯାଏଁ କୌଣସି ବିଦେଶ ଫେରନ୍ତା ପଜିଟିଭ୍‌ ବାହାରିନାହାନ୍ତି ।

୬ ବିଦେଶ ଫେରନ୍ତା ପଜିଟିଭ ବାହାରିଥିବା ନେଇ ଯେଉଁ ଖବର ଆସୁଛି । ତାହାର ତର୍ଜମା କରାଯାଉଛି । ସଂଧ୍ୟା ସୁଦ୍ଧା ଏନେଇ ସ୍ପଷ୍ଟ କରାଯିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆଟ ରିସ୍କ କଣ୍ଟ୍ରି ଫେରନ୍ତାଙ୍କୁ ଠାବ କରିବାକୁ ଜିଲ୍ଲା ସ୍ତରରେ ମାଇକ୍ରୋ ଲେଭଲରେ ପ୍ରଚେଷ୍ଟା ଜାରି ରହିଛି । ଆମେ ନିଶ୍ଚିତ ସମସ୍ତଙ୍କୁ ଖୋଜି ବାହାର କରିବୁ । ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି, ସ୍ୱଳ୍ପ ଲକ୍ଷଣ ଦେଖାଯାଉଛି । ଏଯାଏଁ କାହାରି ମୃତ୍ୟୁ ହୋଇନି । ଟୀକା କାମ କରୁଛି ବୋଲି ସବୁ ବିଶେଷଜ୍ଞ ମତ ଦେଉଛନ୍ତି । ବର୍ତ୍ତମାନ ସୁଦ୍ଧା ଯାହା ତଥ୍ୟ ଆସିଛି, ଓମିକ୍ରନକୁ ଡରିଲା ଭଳି ନୁହେଁ । ୧୮ ବର୍ଷରୁ କମ୍ ପିଲାଙ୍କ ଟୀକାକରଣ ଲାଗି କୌଣସି ନିର୍ଦ୍ଦେଶ ଆସିନି । ଯଦି ନିର୍ଦ୍ଦେଶ ଆସିବ, ଆମର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ଟୀକା ବି ଅଛି ବୋଲି କହିଛନ୍ତି ।

Show More

Related Articles

Back to top button