Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗାଡ଼ିକୁ ଅଣ୍ଡାମାଡ଼ କଲେ ବିରୋଧୀ

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କଲେ କଂଗ୍ରେସ କର୍ମୀ । ବିଜେପୁରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ବରଗଡ଼ ଏକାମ୍ର ଛକରେ ହୋଇଛି  ଅଣ୍ଡାମାଡ଼ । ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ ମନ୍ତ୍ରୀ ନବ ଦାସ ।

ମହାଲିଙ୍ଗ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧ ପ୍ରଦର୍ଶନ କରୁଛନ୍ତି ବିରୋଧୀ । ବିଭିନ୍ନ ସ୍ଥାନରେ ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରୁଛନ୍ତି । ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଉପରେ ମଧ୍ୟ ଅଣ୍ଡାମାଡ଼ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ ଆଶଙ୍କା ଥିବାରୁ ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟଙ୍କୁ ଗିରଫ କରିଛି ବରଗଡ଼ ପୋଲିସ । ବିଜେପି ଓ କଂଗ୍ରେସର କିଛି ନେତାଙ୍କୁ ପୋଲିସ ଅଟକ ବି ରଖିଛି । ଆଇନଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Show More

Related Articles

Back to top button