Breaking PLUSଓଡ଼ିଶାମୁଖ୍ୟ ଖବର

ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କୁ କୋଭିଡ୍ ପଜିଟିଭ୍ ଚିହ୍ନଟ

ଅଛନ୍ତି ହୋମ୍‌ଆଇସୋଲେସନ୍‌ରେ

ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ କରୋନା । କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ନିଜେ ସ୍ବାସ୍ଥ୍ୟ ମନ୍ତ୍ରୀ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଟ୍ବିଟ୍‌ କରି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଲେଖିଛନ୍ତି, ଗୁରୁବାର ଦିନ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କଠାରେ କୌଣସି ଲକ୍ଷଣ ଦେଖାଯାଉନଥିଲା । ସେ ହୋମଆଇସୋଲେସନରେ ରହିଥିବା ସୂଚନା ଦେଇଛନ୍ତି ।

ଗତ ୩ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି କୋଭିଡ୍ ପରୀକ୍ଷା କରାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୨୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୭୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୯୬୩୦୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button