Breaking PLUSଓଡ଼ିଶାମୁଖ୍ୟ ଖବର

କାଲିଠୁ ରାଜ୍ୟରେ ଅଗ୍ନି ବର୍ଷା

ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ 9ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର : ଶୁକ୍ରବାର ଠାରୁ ରାଜ୍ୟରେ ହେବ ପ୍ରବଳ ଗ୍ରୀଷ୍ମପ୍ରବାହ। ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୯ ଜିଲା ବାଲେଶ୍ୱର, ମୟୁରଭଞ୍ଜ, ଢେଙ୍କାନାଳ, ଝାରସୁଗୁଡା, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନୂଆପଡା, କଳାହାଣ୍ଡିକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୧୮ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖରେ ୧୫ ଜିଲାକୁ ରେର୍ଡ ଆଲର୍ଟ ଜାରି କରାଯାଇଛି। ୨୬ରେ ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୁରଭଞ୍ଜ, ଝାରସୁଗୁଡା, ଢେଙ୍କାନାଳ, ବଲାଙ୍ଗୀର, ନୂଆପଡା ଓ କଳାହାଣ୍ଡିକୁ ରେଡ ଆଲର୍ଟ ଜାରି କରାଯାଇଛି।

୨୭ରେ ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୁରଭଞ୍ଜ, ଝାରସୁଗୁଡା, ଢେଙ୍କାନାଳ, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ, କେନ୍ଦୁଝର, ନୂଆପଡା, ସୋନପୁର, ବଲାଙ୍ଗୀର, କଳାହାଣ୍ଡି ଓ ବୌଦ୍ଧ ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।
୨୮ ଓ ୨୯ ତାରିଖରେ ୩୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ନିଆଁ ବର୍ଷିବ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button