Breaking PLUSଓଡ଼ିଶାମୁଖ୍ୟ ଖବର

ଘୂର୍ଣ୍ଣିବଳୟ ସକ୍ରିୟ, 24ଘଣ୍ଟାରେ ଏହିସବୁ ଜିଲ୍ଲାରେ ଝଡ ବର୍ଷା

ପ୍ରବଳ ବର୍ଷା ନେଇ 4 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ।
ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୨୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି।

Show More

Related Articles

Back to top button