Breaking PLUSଓଡ଼ିଶାମୁଖ୍ୟ ଖବର

5 ଯାଏ ପ୍ରବଳ ଛେଚିବ, 6ରୁ ବଦଳିବ ପାଗ

ଭୁବନେଶ୍ବର : ଉତ୍ତର ଛତିଶଗଡ଼ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଏବଂ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗ ମେଘୁଆ ରହିଥିବାବେଳେ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଏବଂ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୬ରୁ ପାଗରେ ପରିବର୍ତ୍ତନ ଆସିପାରେ।

୩ ରୁ ୪ ତାରିଖ ମଧ୍ୟରେ ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ରୁ ୫ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ୬ ତାରିଖରୁ ପାଗ ବଦଳିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Show More

Related Articles

Back to top button