Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ପୁଣି 5ଦିନ ଯାଏ ବର୍ଷିବ

ବର୍ଷା ନେଇ 5 ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପୁଣି ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପୁଣି ବର୍ଷିବ । ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେଓଗଡ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button