Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ଆହୁରି ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର : ଓଡ଼ିଶାର ମଧ୍ୟଭାଗ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ସ୍ପଷ୍ଟ ରହିଛି ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆଗକୁ ମଧ୍ୟ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ଯେ , ୧୩ ତାରିଖ ସକାଳ ସାଢ଼େ ୮ଟା ଯାଏ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ଗଜପତି ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡ଼ା, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Show More

Related Articles

Back to top button