Breaking PLUSଓଡ଼ିଶାପାଣିପାଗ

୧୮ରୁ ପ୍ରବଳ ବର୍ଷା

୧୮ରୁ ପ୍ରବଳ ବର୍ଷା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି ।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ପ୍ରବଳ ବର୍ଷା ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ରୁ ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ବଲଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ଆଦି ରହିଛି ।

Show More

Related Articles

Back to top button