ଓଡ଼ିଶାପାଣିପାଗ

କାଲିଠୁ ପ୍ରବଳ ବର୍ଷା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହୋଇଛି । ଲଘୁଚାପ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ହେବାର ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡ । ଏସବୁ ଜିଲ୍ଲାରେ ଘଡଘଡି ସହ ହାଲୁକା ବର୍ଷା ସମ୍ଭାବନା ରହିଛି । ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Show More

Related Articles

Back to top button