Breaking PLUSଓଡ଼ିଶାମୁଖ୍ୟ ଖବର

୩ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର। ୧୬ ବେଳକୁ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପକ୍ଷରୁ ସୂଚନା ମିଳିଛି। ୧୫ ତାରିଖରେ ଦକ୍ଷିଣ ଓଡିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡାରେ ବର୍ଷା ସମ୍ଭାବନା ରହିଛି।

୧୬ ତାରିଖରେ ୩ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୭ ତାରିଖରେ ଉତ୍ତର ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଯୋଗୁଁ କାଲି ଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇ

Show More

Related Articles

Back to top button