ଓଡ଼ିଶାପାଣିପାଗ

ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ ହୋଇପାରେ କାଳବୈଶାଖୀ । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଥିବାବେଳେ ୧୮ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ।

ଆସନ୍ତା କାଲି ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

 

 

Show More

Related Articles

Back to top button