Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ଆସନ୍ତାକାଲି ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତାକାଲି ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୨୮ ତାରିଖରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ ଓ ୩୦ ତାରିଖରେ କିଛି ଜିଲ୍ଲାକୁ ମଧ୍ୟ ୟେଲୋ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜୁନ ୧ରୁ ଜୁଲାଇ ୨୬ ଯାଏ ୪୯୪ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷାଠୁ ୧ ପ୍ରତିଶତ ଅଧିକ । ଏହି ସମୟ ମଧ୍ୟରେ ୫ ଜିଲ୍ଲାରେ ଅତ୍ୟଧିକ ବର୍ଷା, ଗୋଟିଏ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ବାକି ୨୪ ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button