Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏ ସୂଚନା ଦିଆଯାଇଛି । ଆସନ୍ତା୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୯ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୮ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି ।

Show More

Related Articles

Back to top button