ଓଡ଼ିଶାପାଣିପାଗ

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମି । ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।୫ ଦିନ ପର୍ୟ୍ୟନ୍ତ ରାଜ୍ୟ ବର୍ଷା ଲାଗି ରହିବ । କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ ।  ଏନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଠିକ୍ ସେହିପରି ସୋନପୁର, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Show More

Related Articles

Back to top button