Breaking PLUSଓଡ଼ିଶାମୁଖ୍ୟ ଖବର

ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା

ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବ । ସୂଚନା ଅନୁଯାୟୀ, ଆସନ୍ତା ୫ ଦିନ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବ । ସୂଚନା ଅନୁଯାୟୀ, ଆସନ୍ତା ୫ ଦିନ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ଜିଲ୍ଲାରେ ମଧ୍ୟ ବର୍ଷା ହେବ ବୋଲି କୁହାଯାଇଛି । ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦୁଝର, ମୟୁରଭଞ୍ଜ, ପୁରୀ, ସୁନ୍ଦରଗଡ଼ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଯାଜପୁର, ସମ୍ବଲପୁର, ଦେବଗଡ଼, କନ୍ଧମାଳ ପାଇଁ ମଧ୍ୟ ରହିଛି ୟେଲୋ ୱାର୍ଣ୍ଣି । ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

Show More

Related Articles

Back to top button