Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠାରୁ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ଓ ଟ୍ରଫଲାଇନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ଓ ଟ୍ରଫଲାଇନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ୧୬ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ଢ଼େଙ୍କାନାଳ । ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଅକ୍ଟୋବର ୧ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ ଓ ଅନୁଗୋଳରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ଥିବାବେଳେ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଅନୁଗୋଳ ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୨ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲାରେ ବଜ୍ରପାତ ସହିତ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Back to top button