Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

କାଲିଠୁ ୮ ଜିଲ୍ଲାରେ ପ୍ରବଳ ବର୍ଷା

ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ । ତାହାର ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି । ଏହା ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୮ ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ରହିଛି ।

୨୬ ତାରିଖ ପାଇଁ ୪ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲା କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତିକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୨୭ ତାରିଖ ଯାଏଁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

Show More

Related Articles

Back to top button