Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୩.୧ରୁ ୫.୮ କିଲୋମିଟର ଉଚ୍ଚତାରେ ସକ୍ରିୟ ରହଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Show More

Related Articles

Back to top button