Breaking PLUSଓଡ଼ିଶାପାଣିପାଗ

୧୫ରୁ ରାଜ୍ୟରେ ପ୍ରବଳ ବର୍ଷା !

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଆଇଏମଡି କହିଛି । ଏନେଇ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଲଘୁଚାପ ପ୍ରଭାବରେ, ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ଏହା ବ୍ୟତୀତ ଅକ୍ଟୋବର ୧୫ ରୁ ଓଡିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଏବଂ ଏହାର ମଧ୍ୟବର୍ତ୍ତୀ ଭାରତରେ ବର୍ଷାର ତୀବ୍ରତା ବୃଦ୍ଧି ପାଇବ ବୋଲି ପ୍ରକାଶ କରିଛି ।

ଅକ୍ଟୋବର ୧୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୧୬ରେ ଗଞ୍ଜାମ, ପୁରୀ, ଜଗତସିଂହପୁର ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Show More

Related Articles

Back to top button