ଓଡ଼ିଶାପାଣିପାଗ

ଆସନ୍ତାକାଲି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା,ରେଡ୍‌ ୱାର୍ଣ୍ଣିଂ ଜାରି

ଲଘୁଚାପଜନିତ ବର୍ଷା ଯୋଗୁଁ ରାଜ୍ୟର ଅଧିକାଂଶ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଆସନ୍ତା କାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଫଳରେ ରାଜ୍ୟର କେତେକ ଜିଲାରେ ରବିବାର ଓ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି  ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଯୋଗୁଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ମଧ୍ୟରେ ରହିଛନ୍ତି ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସମ୍ୱଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ।

ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ୍‌ ଜିଲାରେ ମଧ୍ୟ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅକସ୍ମାତ ବନ୍ୟା ଆଶଙ୍କା ରହିଛି। ସେହିପରି ତଳୁଆ ଅଞ୍ଚଳ ଓ ଚାଷ ଜମି ଜଳମଗ୍ନ ହେବ ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି। ତେଣୁ ରାଜ୍ୟର ଜନସାଧାରଣ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସଜାଗ କରାଯାଇଛି।

Show More

Related Articles

Back to top button