
ଶୁକ୍ରବାର ଉପକୂଳ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଜାରି ରହିଛି । ୨୪ ଘଣ୍ଟା ମଧ୍ୟରେ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ , ଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।, ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼ ସୁନ୍ଦରଗଡ଼ ଓ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।