Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ସରିଲା ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ରଖିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଶେଷ ହୋଇଛି ‘ଜୱାଦ’ ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ବୈଠକ ପରେ ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ପ୍ରଦୀପ କୁମାର ଜେନା । ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ରଖିବାକୁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । କଚ୍ଚା ଘର ଓ ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥିତି ଦେଖି ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅଗ୍ନିଶମ ବାହିନୀ , ଓଡ୍ରାଫ, ଏନଡିଆରଏଫଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ରହିଛି, ଏହା ସହ ୨ଶହ ଅଗ୍ନିଶମ ବାହିନୀ ଟିମ୍ ପ୍ରସ୍ତୁତ ରହିବେ । ଉପକୂଳ ସହ ନୟାଗଡ଼, ମୟୂରଭଞ୍ଜ, ଜିଲ୍ଲାରେ ସତର୍କତା ଫସଲକୁ ସୁରକ୍ଷିତ ସ୍ଥାନକୁ ଆଣିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି ।

ସୂଚନାଯୋଗ୍ୟ, ଆଣ୍ଡାମାନ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଧୀରେ ଧୀରେ ବାତ୍ୟାର ରୂପ ନେବାରେ ଲାଗିଛି । କାଳକ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ଗତି କରିବ ଓ ୨ ତାରିଖରେ ଡିପ୍ରେସନ୍ ରେ ପରିଣତ ହେବ । ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୪ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩ ତାରିଖ ମଧ୍ୟରାତ୍ରିରୁ ପବନର ବେଗ ବଢ଼ିବ । ଏହାର ପ୍ରଭାବରେ ୪୦ରୁ ୪୫ କିମି ବେଗରେ ବହିପାରେ । ୪ ତାରିଖ ଦିନ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ ବାତ୍ୟା । ୪ ତାରିଖ ଦିନ ବର୍ଷା ଓ ପବନର ବେଗବଢ଼ିବ ଓ ୫ ତାରିଖରେ କେବଳ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦିଆଯାଇଛି ।

Show More

Related Articles

Back to top button