Breaking PLUSଓଡ଼ିଶାମୁଖ୍ୟ ଖବର

ମାଧ୍ୟମିକ ଶିକ୍ଷା ପରିଷଦ ସଭାପତିଙ୍କ ପ୍ରେସ୍‌ମିଟ୍‌

ଏପ୍ରିଲ୍‌ ୨୯ରୁ ମାଟ୍ରିକ୍‌ ପରୀକ୍ଷା

ମାଟ୍ରିକ୍‌ ପରୀକ୍ଷାକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତିଙ୍କ ପ୍ରେସ୍‌ମିଟ୍‌ । ଏପ୍ରିଲ୍‌ ୨୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ମେ ମାସ ୭ ତାରିଖରେ ଏହି ପରୀକ୍ଷା ସରିବ । ପ୍ରତ୍ୟକ ବିଷୟ ପାଇଁ ୨ ଘଣ୍ଟା ସମୟ ରହିଥିବା ବେଳେ କେବଳ ଗଣିତ ବିଷୟ ପାଇଁ ୨ ଘଣ୍ଟା ୧୫ ମିନିଟ୍‌ ସମୟ ରହିବ । ପ୍ରଥମ ସିଟିଂ ସକାଳ ୮ଟାରୁ ଆରମ୍ଭ ହେବ ଏବଂ ଦ୍ୱିତୀୟ ସିଟିଂ ୧୧ ଟାରୁ ଆରମ୍ଭ ହେବ । ରେଗୁଲାର୍‌ ପରୀକ୍ଷାର୍ଥୀଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ଏବଂ ଏକ୍ସ ରେଗୁଲାରଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ରହିବ ।

୪ ଟି ସେଟ୍‌ରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷା ୮୦ ମାର୍କ ବିଶିଷ୍ଟ ହେବ । ଏଥିରେ ସଂକ୍ଷିପ୍ତ ଏବଂ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନ ପଚରାଯିବ । ସଂକ୍ଷିପ୍ତ ଉତ୍ତରମୂଳକ ୫୦ ମାର୍କ OMR ସିଟ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ଏବଂ ଦୀର୍ଘ ଉତ୍ତରମୂଳକ ୩୦ ମାର୍କ ପରୀକ୍ଷାର୍ଥୀ ମିଳିଥିବା ବୁକ୍‌ଲେଟ୍‌ରେ ଦେବେ ।

Show More

Related Articles

Back to top button