ଓଡ଼ିଶାଦେଶମୁଖ୍ୟ ଖବରସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୮ ଜଣ ସ୍ଥାନୀୟ ସଂକ୍ରମିତ । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୮୫୩କୁ ବୃଦ୍ଧି ପାଇଛି

Show More

Related Articles

Back to top button