Breaking PLUSଓଡ଼ିଶାମୁଖ୍ୟ ଖବର

ବଢ଼ିଲା ଗୃହରକ୍ଷୀଙ୍କ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା

୯ ହଜାର ଟଙ୍କାରୁ ୧୨,୪୮୦ ଟଙ୍କାକୁ ବୃଦ୍ଧି

ବଢ଼ିଲା ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍‌ ଭତ୍ତା। ଗୃହରକ୍ଷୀଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ ଏହା ୯ ହଜାର ଟଙ୍କାରୁ ବୃଦ୍ଧି ପାଇ ୧୨ ହଜାର ୪୮୦ ଟଙ୍କାରେ ପହଞ୍ଚିଛି ।

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ପୂର୍ବରୁ ଗୃହରକ୍ଷୀ ମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତା ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିଲା। ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଛଡ଼ା ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ସେମାନଙ୍କୁ ମିଳିବ।

Show More

Related Articles

Back to top button