Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ରାଜ୍ୟରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । ଆଜି ୧୫ଟି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ଥିବା ବେଳେ ଗତକାଲି ଭଳି ଆଜି ମଧ୍ୟ ସୋନପୁର ଜିଲ୍ଲାରେ ସର୍ବାଧିକ ୪୩.୫ ଡିଗ୍ରୀ ସେଲସିୟସ ତାପମାତ୍ର ରେକର୍ଡ କରାଯାଇଛି । ଆସନ୍ତା ୫ ଦିନ ଯାଏଁ ଆଭ୍ୟନ୍ତରୀଣ ଜିଲ୍ଲା ଗ୍ରୀଷ୍ମ ପ୍ରବାହରେ ଅଧିକ ପ୍ରଭାବିତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସେପଟେ ଆସନ୍ତା ୨୪ ଘଣ୍ଟାରେ ୯ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ମାଲକାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୁରଭଞ୍ଜ, କେଉଁଝର ଓ ବାଲେଶ୍ଵର ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ ଘଣ୍ଟା ପରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେଉଁଝର ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ । ଏନେଇ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Show More

Related Articles

Back to top button