ଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୫୦ ହଜାରରୁ ଅଧିକ ପଜିଟିଭ୍

୧୨୫୮ ମୃତ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୫୮ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୦୦୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୨୫୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨ ଲକ୍ଷ ୩୩ ହଜାର ୧୮୩ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୫ ହଜାର ୭୫୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୨ ଲକ୍ଷ ୫୧ ହଜାର ୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୮୬୪୦୩।

Show More

Related Articles

Back to top button