Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୨୬ ହଜାରରୁ ଅଧିକ ପଜିଟିଭ୍

ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ଜାରି ରହିଛି । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଛି

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୬ହଜାର ୩୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮୪ଜଣଙ୍କ ମୃତ୍ୟୁ ହୋଇଛି । ତେବେ ପୂର୍ବ ଦିନ ତୁଳନାରେ ଗୁରୁବାର ମୃତ୍ୟୁ ସଂଖ୍ୟା ଅଧିକ ରହିଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬ଶହ ଟପିଛି ।

 

corona-virus
corona-virus

ଗତ ୨୪ ଘଣ୍ଟା ମଧ୍ୟରେ ୬୮୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୯ ଲକ୍ଷ ୧ ହଜାର ୭୮୫ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୬ ହଜାର ୧୭୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୭ ଲକ୍ଷ ୯୨ ହଜାର ୧୩୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮ ଲକ୍ଷ ୪୩ ହଜାର ୪୭୩ ।

Show More

Related Articles

Back to top button