Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଦେଢ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ : ୨୮୫ ଜଣଙ୍କ ଜୀବନ ନେଲା କୋଭିଡ-୧୯

ଦେଶରେ ପୁଣି କରୋନା ବିସ୍ଫୋରଣ । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଲକ୍ଷେ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୧୯୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୮୫ ଛୁଇଁଛି । ଏବେସୁଦ୍ଧା ଦେଶରେ ୩୫ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୪୭୨୧୬୯ ସକ୍ରିୟ ମାମଲା ରହିଛି ଏବଂ ୩୪୪୧୨୭୪୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୩୪୬୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button