ଓଡ଼ିଶାପାଣିପାଗ

ଶୀତରେ ଥରୁଛି କନ୍ଧମାଳ

କୁହୁଡିର ଚାଦରରେ ସବୁ ଅଞ୍ଚଳ : ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଲଘୁଚାପ ବର୍ଷା ପରେ କନ୍ଧମାଳରକୁ ପୁଣି ଫେରିଛି ଶୀତ । ବାଲିଗୁଡ଼ା ଅଞ୍ଚଳରେ ଶୀତର ଲହରୀ ଆରମ୍ଭ ହୋଇଯାଇଛି । ବାଲିଗୁଡ଼ା ସମେତ ଦାରିଙ୍ଗବାଡି, କ.ନୁଆଗାଁ, ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ବଢ଼ିଲାଣି ଶୀତ । ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲିସିୟସ ରହିଛି । ସଞ୍ଜ ନଇଁଲେ ଉପାନ୍ତ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଉଛି । ସକାଳ ପ୍ରାୟ ୯ଟା ଯାଏଁ ଘନ କୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଛି ସାରା ଅଞ୍ଚଳ । ଘନ କୁହୁଡିରେ ଆଚ୍ଛାଦିତ ହୋଇଛି ସମଗ୍ର ଅଞ୍ଚଳ । ଅସହ୍ୟ ଜାଡ଼ରେ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି । ଗରିବ ଓ ଶ୍ରମଜୀବି କର୍ମ କ୍ଷେତ୍ରକୁ ଯାଇ ପାରୁ ନାହାନ୍ତି ।

ସେପଟେ ନିଜକୁ ସୁସ୍ଥ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣି ଓ୍ବାକ୍,ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍ ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି । ଏଥିସହିତ ଶୀତୁଆ ସକାଳରେ ଚା ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି । ଶୀତ ବଢୁଥିବାରୁ କର୍ମଜୀବି ଓ ଗରିବ ଗୁରୁବା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ନିଆଁର ଆଶ୍ରୟ ନେଉଛନ୍ତି । ପ୍ରଶାସନ ପକ୍ଷରୁ ଗରିବ ଲୋକଙ୍କୁ ଶୀତ ବସ୍ତ୍ର କମ୍ବଳ ବଣ୍ଟନ କରାଯାଇ ନାହିଁ । ଅସହ୍ୟ ଶୀତରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି ବେଲଘର ମଣ୍ଡାସୁରର ପ୍ରାକୃତିକ ବିଭବ ଅତି ନିକଟରୁ ଦେଖିବାକୁ ପର୍ଯ୍ୟଟକଙ୍କ ସୂଅ ଛୁଟିଲାଣି ।

Show More

Related Articles

Back to top button