ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୬ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଓ ବରଗଡ଼ ଜିଲ୍ଲାରୁ ୮ଜଣ ଲେଖାଏଁ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ରହିଛନ୍ତି ।

ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୦୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୭୩୭୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button