Breaking PLUSଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫,୬୬୨ ନୂତନ ସଂକ୍ରମଣ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୬୬୨ କରୋନା ଜନିତ ନୂତନ ସଂକ୍ରମଣ ଚିହ୍ନଟ ହେବା ସହିତ ଓ ୨୮୧ ମୃତ୍ୟୁ ସଂଖ୍ୟା ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୪,୧୭,୩୯୦ ଓ ମୃତ୍ୟୁସଂଖ୍ୟା ୪,୪୪,୫୨୯ରେ ପହଞ୍ଚିଛି ।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୩,୭୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହିତ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୬,୩୨,୨୨୨ରେ ପହଞ୍ଚିଛି । ­­­­­ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୪୦,୬୩୯ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୨.୫ କୋଟି ଡୋଜ୍‌ ଟିକା ଦିଆଯାଇଛି ।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୭ ତାରିଖ ସୁଦ୍ଧା ସମୁଦାୟ ୫୫,୦୭,୮୦,୨୭୦ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୪,୪୮,୮୩୩ଟି ନମୁନା ।

Show More

Related Articles

Back to top button