ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ କରୋନା ନେଲା ୬୬ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ,

corona

ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୫୬୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୩୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୯୫୦୪୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button