ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ କରୋନା ନେଲା ୬୯ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ସର୍ବାଧିକ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣ ରହିଛନ୍ତି । ଅନୁଗୁଳ ଓ କଟକରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ , ବୌଦ୍ଧ ଓ ସମ୍ବଲପୁରରୁ ୪ଜଣ ଲେଖାଏଁ ରହିଛନ୍ତି ।

ସେହିପରି ଭଦ୍ରକରୁ ୨ ଜଣ ରହିଥିବା ବେଳେ ଯାଜପୁର,ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୨୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୪୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୦୩ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button