ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ କରୋନା ନେଲା ୬୭ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ଜଣ ରହିଥିବା ବେଳେ ଅନୁଗୁଳ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଗଞ୍ଜାମ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

corona-virus

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୭୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୩୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button