Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୧୭୩୯ କରୋନା ପଜିଟିଭ୍

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି

ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୭୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୯୨୫୭୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୭୨ ହଜାର ୩୯୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୯୯୯ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button