Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୨୨୦୨ କରୋନା ପଜିଟିଭ୍

ମୃତ୍ୟୁସଂଖ୍ୟା ବି ବଢିଛି ।

ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି ।  ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୭୩୧୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୮୨ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୨୪୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button