Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୫୬୮ କରୋନା ପଜିଟିଭ୍

ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୮୫ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୯୧୩୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୪୧ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୩୮୮୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button