Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୯୮ କୋଭିଡ୍ ପଜିଟିଭ୍

ଗତ ୨୪ ଘଣ୍ଟା ମଧ୍ୟରେ ୨୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ ଜଣକୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୧୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୮୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୫୮୪୬୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button