Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩୩୦୩ କରୋନା ପଜିଟିଭ୍

ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୬୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୬୯୮୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୨୮ ହଜାର ୧୨୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୩୬୯୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button