Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୯୫ କରୋନା ପଜିଟିଭ୍

କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି ।

ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ୫୮ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୨୮ ହଜାର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୨୦୫୪ ସକ୍ରିୟ ମାମଲା ରହିଛି ଏବଂ ପଜିଟିଭିଟି ରେଟ୍ ୦.୧୭ ପ୍ରତିଶତ ରହିଛି । ଏତତ୍ ବ୍ୟତୀତ ୫୨୧୪୧୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button