ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୭୯୯୨ କରୋନା ପଜିଟିଭ୍

୩୯୩ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୯୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩୪୬୮୨୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୩୨୭୭ ସକ୍ରିୟ ମାମଲା ରହିଛି ଏବଂ ୩୪୧୧୪୩୩୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୭୫୧୨୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button