Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୧ ଲକ୍ଷ ୯୪ ହଜାରରୁ ଅଧିକ କରୋନା ସଂକ୍ରମିତ

ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଦେଢ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୯୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୪୭୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

corona-virus
corona-virus

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୪୨ ଛୁଇଁଛି । ଏବେସୁଦ୍ଧା ଦେଶରେ ୩୬୦୭୦୫୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୫୫୩୧୯ ସକ୍ରିୟ ମାମଲା ରହିଛି ଏବଂ ୩୪୬୩୦୫୩୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୪୬୫୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button