Breaking PLUSଓଡ଼ିଶାମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍

୧୨୯ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୯ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୨୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ୩୪୪୪୭୫୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୃତ୍ୟୁସଂଖ୍ୟା ୪ ଲକ୍ଷ ୬୩ ହଜାର ୬୫୫ରେ ପହଞ୍ଚିଛି । ଏବେ ଦେଶରେ ୧୩୪୦୯୬ ସକ୍ରିୟ ମାମଲା ରହିଛି । ସେହିପରି ୩୩୮୪୯୭୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button