ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍

୫୫୫ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୫୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୮୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୫୫୫ ଜଣଙ୍କ ମୃତ୍ୟୁ ଘଟିଛି । ଏବେସୁଦ୍ଧା ୩୪୪୨୬୦୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୃତ୍ୟୁସଂଖ୍ୟା ୪ ଲକ୍ଷ ୬୩ ହଜାର ୨୪୫ରେ ପହଞ୍ଚିଛି । ଏବେ ଦେଶରେ ୧୩୬୩୦୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୮୨୬୪୮୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button